ଭୁବନେଶ୍ୱର ୧୬।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୩୯୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୭୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 15th July
New Positive Cases: 494
In Quarantine: 322
Local Contacts: 172(Details of local contacts will be shared by concerned District Administration)
Dist Wise Cases
1. Angul: 1
2. Balasore: 21
3. Bhadrak: 7
4. Bolangir: 3
5. Boudh: 2
6. Cuttack: 38— I & PR Department, Odisha (@IPR_Odisha) July 16, 2020
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୬ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ ଜିଲ୍ଲାରୁ ୧୬ଜଣ, ନୂଆପଡା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୩୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୧୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୬୧୯୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0