spot_img

ନଭେମ୍ବର ମାସରେ ରାଜ୍ୟରେ ଖୋଲିବ ସ୍କୁଲ

ଭୁବନେଶ୍ୱର : ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ତେବେ ସ୍କୁଲ ଖୋଲିବା ନେଇ ଏସ୍ଓପି ଏବେ ଡ୍ରାଫ୍ଟ ଷ୍ଟେଜରେ ଅଛି ।

ମନ୍ତ୍ରୀ କହିଛନ୍ତି, ନବମରୁ ଦ୍ୱାଦଶ ଯାଏ ସଂପୂର୍ଣ୍ଣ କ୍ଲାସ ହେବ। ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ରାଜି ନହେଲେ ଅନଲାଇନ ବ୍ୟବସ୍ଥା ହେବ। ସ୍କୁଲ ଖୋଲିବା ନେଇ SOP ପ୍ରସ୍ତୁତି ଚାଲିଥିବା  ବେଳେ ଏନେଇ ଜିଲ୍ଲାପାଳ ଓ DEOଙ୍କ ସହ ଆଲୋଚନା  କରାଯିବ । ମନ୍ତ୍ରୀ ଆହୁରି କହିଛନ୍ତି, ଜିଲ୍ଲାପାଳ ଓ ଡିଇଓମାନଙ୍କ ସହ ଆଲୋଚନା କରାଯିବ। କରୋନା ପାଇଁ ୩୦% ସିଲାବସ୍ ହ୍ରାସ ହୋଇଛି। ଆଉ କମିବନି। ବାକି ୭୦% ସିଲାବସ୍ ପାଇଁ ନୂଆ କ୍ୟାଲେଣ୍ଡର ପ୍ରସ୍ତୁତ ହେବ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular