ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୭୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪୫୪ରେ ପହଞ୍ଚିଛି ।ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୪ ଜଣ ରହିଥିବା ବେଳେ ୬୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୨୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭୨ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0