ଏସସି/ଏସଟି ଛାତ୍ରବୃତ୍ତି ପରିମାଣ କମାଯିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ତକ୍ଷେପ କରିଛନ୍ତି। ମାଟ୍ରିକ ପରବର୍ତ୍ତୀ ବୃତ୍ତିରେ କୌଣସି ପରିବର୍ତ୍ତନ ହେବ ନାହିଁ। ପ୍ରଚଳିତ ହାରରେ ସେମାନେ ବୃତ୍ତି ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୩ ତାରିଖରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ବୃତ୍ତି କମାଇବା ନେଇ ଜାରି ହୋଇଥିବା ବିଜ୍ଞପ୍ତିକୁ ସ୍ଥଗିତ ରଖିବା ସହ ଏ ସମ୍ପର୍କିତ ଫାଇଲକୁ ଅନୁଧ୍ୟାନ ପାଇଁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0