ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ ।ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୪୬୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୫ ମୃତକଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ଖୋର୍ଦ୍ଧା, ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 2
Total Visitors : 130305
Total Views : 9891808
Visitors Online Now : 0