spot_img

ରାଜ୍ୟରେ ୧୬ କରୋନା ସଂକ୍ରମିତଙ୍କ ମୃତ

ଭୁବନେଶ୍ବର  : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular