ନୂଆଦିଲ୍ଲୀ: ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି-ନିର୍ବାଚିତ ଜୋ ବାଇଡେନଙ୍କ ସହ ଟେଲିଫୋନରେ କଥାବାର୍ତ୍ତା କରିଛନ୍ତି। କଥାବାର୍ତ୍ତା ବେଳେ ଦୁଇ ଦେଶ ମଧ୍ୟରେ ସାମରିକ ସହଯୋଗିତାର ଗୁରୁତ୍ବ ପ୍ରତି ସେମାନଙ୍କର ଦୃଢ଼ ପ୍ରତିବଦ୍ଧତା କଥାକୁ ଉଭୟ ନେତା ଦୋହରାଇଥିଲେ। ଏହା ବ୍ୟତୀତ କରୋନାଭାଇରସ ମହାମାରୀ, ଜଳବାୟୁ ପରିବର୍ତ୍ତନ ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସହଯୋଗ ପ୍ରସଙ୍ଗରେ ମଧ୍ୟ ସେମାନେ ଆଲୋଚନା କରିଥିଲେ। ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟ ପ୍ରାର୍ଥୀ ବାଇଡେନ ରିପବ୍ଲିକାନ ଡୋନାଲଡ ଟ୍ରମ୍ପଙ୍କୁ ପରାସ୍ତ କରିବା ପରେ ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦୀ ଏବଂ ବାଇଡେନଙ୍କ ମଧ୍ୟରେ ପ୍ରଥମ ଭାବ ବିନିମୟ। ଏ ସଂକ୍ରାନ୍ତରେ ଟୁଇଟ କରି ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି, ଅଭିନନ୍ଦନ ଜଣାଇବାକୁ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି-ନିର୍ବାଚିତ ଜୋ ବାଇଡେନଙ୍କ ସାଥୀରେ ଫୋନରେ କଥା ହେଲି। ଦୁଇ ଦେଶ ମଧ୍ୟରେ ସାମରିକ ସହଯୋଗିତାର ଗୁରୁତ୍ବ ପ୍ରତି ଆମର ଦୃଢ଼ ପ୍ରତିବଦ୍ଧତାର ପୁନରାବୃତ୍ତି କରିବା ସହ କରୋନାଭାଇରସ ମହାମାରୀ, ଜଳବାୟୁ ପରିବର୍ତ୍ତନ ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସହଯୋଗ ପ୍ରସଙ୍ଗରେ ମଧ୍ୟ ଆଲୋଚନା କଲୁ। ଉପରାଷ୍ଟ୍ରପତି-ନିର୍ବାଚିତ କମଳା ହ୍ୟାରିସଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀ ଅଭିନନ୍ଦନ ଜଣାଇଥିଲେ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0