ସୀମା ବିବାଦକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ। ଓଡିଶା ସହ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡ ସହ ରହିଥିବା ଦୀର୍ଘ ଦିନର ସୀମା ବିବାଦକୁ ସମାଧାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ତଥା ଆପୋଷ ବୁଝାମଣା କରିବା ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ନେବା ଓ ଅନ୍ୟାନ୍ୟ ପଦକ୍ଷେପ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିବା ସହ ବିଭିନ୍ନ ପରାମର୍ଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରପ୍ରଧାନ । ଚିଠିରେ ଉଲ୍ଲେଖ ରହିଛି ଯେ, ପଡୋଶୀ ରାଜ୍ୟ ଗୁଡିକ ସହ ଥିବା ସୀମା ବିବାଦକୁ ଆଲୋଚନା କରିବା ପାଇଁ ସର୍ବଦଳୀୟ ବୈଠକ ଡକାଯାଉ । ଏହି ବୈଠକରେ ଓଡିଶା ଗୁଇନ୍ଦା ବିଭାଗର ତଥ୍ୟ ସହ ସମାଜର ବ୍ୟକ୍ତିବିଶେଷଙ୍କ କଥାକୁ ଗୁରୁତ୍ୱକୁ ନିଆଯାଉ । ସୀମା ବିବାଦର ବିସ୍ତୃତ ଓ ସ୍ଥାୟୀ ସମାଧାନ କରିବା ପାଇଁ ଓଡିଶା ବିଧାନସଭାରେ ବିଭିନ୍ନ ଦଳର ସଦସ୍ୟ ମାନଙ୍କୁ ନେଇ ଏକ ଗୃହ କମିଟି ଗଠନ କରାଯାଉ । ଯଦ୍ୱାରା ସେମାନେ ଏହା ଉପରେ ବିଶେଷ ଅନୁଧ୍ୟାନ କରିବା ସହ ତଥ୍ୟ ଆଧାରିତ ପରାମର୍ଶ ଦେବେ ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0