ମୁମ୍ବାଇ: ଗିରଫ ହୋଇଛନ୍ତି ହାସ୍ୟ ଅଭିନେତ୍ରୀ ଭାରତୀ ସିଂ । ସେ ରହୁଥିବା ଘରୁ ଗଞ୍ଜେଇ ଜବତ ହେବା ପରେ ଏନସିବି ତାଙ୍କୁ ଜେରା ପାଇଁ ସମନ ଜାରି କରିଥିଲା । ତେବେ ଜେରା କରିବା ପରେ ତାଙ୍କୁ ଏନସିବି ଗିରଫ କରିଥିବା ସୂଚନା ମିଳିଛି । ସୂଚନା ଅନୁସାରେ, ଶନିବାର ସକାଳୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ କମେଡ଼ିଆନ୍ ଭାରତୀ ସିଂହ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିଆଙ୍କ ମୁମ୍ବାଇ ସ୍ଥିତ ଫ୍ଲାଟରେ ଚଢ଼ାଉ କରିଥିଲା। ଏଜେନ୍ସି ଦ୍ବାରା ଅନ୍ଧେରୀ, ଲୋଖଣ୍ଡଓ୍ବାଲା ଏବଂ ଭର୍ସୋଭା ସହିତ ୩ଟି ଅଲଗା ଅଲଗା ସ୍ଥାନରେ ଚଢ଼ାଉ କରାଯାଇଥିବା ଯାଞ୍ଚ ଏଜେନ୍ସି ସୂଚନା ଦେଇଥିଲା । ତେବେ ଭାରତୀ ସିଂହଙ୍କ ଘରୁ ଗଞ୍ଜେଇ ଜବତ ହେବା ପରେ ଏନସିବି ତାଙ୍କୁ ଗିରଫ କରିଥିବା ଜଣାପଡିଛି ।



Visitors Today : 0
Total Visitors : 130426
Total Views : 9891957
Visitors Online Now : 0