କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପଙ୍ଗନିଆ ଗ୍ରାମର ଜଣେ ବୃଦ୍ଧାଙ୍କର ପାଣିରେ ବୁଡି ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ପଙ୍ଗନିଆ ଗ୍ରାମର ଚନ୍ଦ୍ରମଣି ବେନିଆଁଙ୍କ ପତ୍ନୀ ଦୂର ବେନିଆଁ ବୋଲି ଜଣାପଡ଼ିଛି। ଦୂର ଗାଁରେ ଥିବା ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ପୋଖରୀରେ ଗାଧୋଉଥିବା ସମୟରେ ହଠାତ ପାହାଚରୁ ଗୋଡ଼ ଖସି ଯିବାରୁ ପାଣିରେ ବୁଡି ଯାଇଥିଲେ। ପାଣି ଭିତରେ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା।
ମୁରିବାହାଲ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଁଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।



Visitors Today : 3
Total Visitors : 130426
Total Views : 9891957
Visitors Online Now : 0