ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୪ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୂଆପଡା ଏବଂ ରାୟଗଡା ଜିଲ୍ଲାରୁ ଜଣେ ରହିଛନ୍ତି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0