ଦେଶରେ ବଢ଼ୁଛି କରୋନା ସଂକ୍ରମଣ । । ଗତ ୨୪ ଘଣ୍ଟାରେ ୩୭ହଜାର ୯୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଦେଶରେ ସମୁଦାୟ ୯୧ଲକ୍ଷ ୭୭ହଜାର ୮୪୦ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୪୮୦ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ମୋଟ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୩୪ ହଜାର ୨୧୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ହଜାର ୩୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା କରୋନାରୁ ସମୁଦାୟ ୮୬ଲକ୍ଷ ୦୪ହଜାର ୯୫୫ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ସକ୍ରିୟ ରହିଛନ୍ତି ୪ ଲକ୍ଷ ୩୮ହଜାର ୬୬୭ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0