ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୯ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୫୩ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, ବୌଦ୍ଧ ଜିଲ୍ଲାରୁ ଜଣ, କଟକ ଜିଲ୍ଲାରୁ ୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଝଣ, ଯାଜପୁର ଜିଲ୍ଲାରୁ ୨୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୪୬ଜଣ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୭୩୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୮୫୮୬୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0