ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ନିଭାର । ଏହା ଘଂଟାକୁ ପ୍ରାୟ ୧୧ କିଲୋମିଟର ବେଗରେ ପଶ୍ଚିମ ଦିଗରେ ଗତି କରୁଛି । ଆଜି ମଧ୍ୟରାତ୍ରିରେ ଏହା ତାମିଲନାଡୁ ଏବଂ ପୁଡୁଚେରୀ ନିକଟରେ ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଓଡିଶାରେ କୋହଲା ପାଗ ଜାରି ରହିଛି । ଯାହା ଫଳରେ ହାଲକା ପବନ ବହିବା ସହିତ ଥଣ୍ଡା ଅନୁଭୁତ ହେଉଛି । ବାତ୍ୟା ପ୍ରଭାବରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
‘ନିଭାର’ ପ୍ରଭାବରେ ତାମିଲନାଡୁ, ପୁଡୁଚେରି, କରାଇକେଲ, ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଓ ରୟାଲ ସୀମା, ଦକ୍ଷିଣ ପୂର୍ବ ତେଲେଙ୍ଗାନା ଓ କର୍ଣ୍ଣାଟକରେ ଆସନ୍ତା ଦୁଇ ଦିନ ଧରି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥି ଯୋଗୁଁ ଓଡିଶାକୁ ବିପଦକୁ ନଥିଲେ ମଧ୍ୟ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । କିନ୍ତୁ ପବନର ପ୍ରଭାବ ଓଡିଶାରେ ରହିବ ନାହିଁ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୫ ଓ ୨୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମଧରଣର ବର୍ଷା ହେବ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0