ଭୁବନେଶ୍ୱର, ୧୯।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୪୩୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୫୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨ଜଣ , ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୦ଜଣ, ଯାଜପୁର ଜିଲ୍ଲାରୁ ୪୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୭, କେନ୍ଦୁଝର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ ରହିଛନ୍ତି ।
7. Cuttack: 27
8. Dhenkanal: 1
9. Gajapati: 39
10. Ganjam: 247
11. Jagatsinghpur: 40
12. Jajpur: 40
13. Kalahandi: 2
14. Kendrapada: 7
15. Khurda: 107
16. Keonjhar: 1
17. Koraput: 45
18. Malkangiri: 18
19. Mayurbhanj: 12
20. Nawarangpur: 1
21. Nayagarh: 10
22. Puri: 14— I & PR Department, Odisha (@IPR_Odisha) July 19, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୪୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୩୮୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୧୯୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୮୬୧୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130168
Total Views : 9891614
Visitors Online Now : 1