କନ୍ଧମାଳ : ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ମଧ୍ୟରୁ ଗତକାଲି ମୃତ୍ୟୁ ବରଣ କରିଥିବା କାଳିଆର ଶେଷକୃତ୍ୟ ସରିଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ମିଲୁପଡାରେ ପରିବାର ବର୍ଗଙ୍କ ସମେତ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିଡିଓଙ୍କ ଉପସ୍ଥିତିରେ ତାର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।
କାଳିଆର ମୃତ୍ୟୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ କରି ଡାକ୍ତରମାନଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତ୍ୱେ କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାରକୁ ଭଗବାନ ଧୈର୍ଯ ଦିଅନ୍ତୁ । ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି କାମନା ସହ ଏହି କଠିନ ସମୟରେ ଜଗାର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଭଗବାନଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।
ଗତ ସପ୍ତାହେ ଧରି କାଳିଆର ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା । ଶେଷରେ ସେ ସେପଟିସେମିଆରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲା। କାଳିଆର ଶେଷକୃତ୍ୟ ନିମନ୍ତେ ଗତକାଲି ତା ମୃତଦେହକୁ ବାପାମା’ ନେଇ ଆମ୍ବୁଲାନ୍ସ ଯୋଗେ ଗାଁ ଅଭିମୁଖେ ଯାଇଥିବା ବେଳେ ଜଗା କଟକ ବଡମେଡିକାଲରେ ଚିକିତ୍ସାଧୀନ ଥିବା ଜଣାଯାଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0