spot_img

୨୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ନଭେମ୍ବର ୨୯ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ କ’ଣ ରହିବ ସେନେଇ ଏପର୍ୟ୍ୟନ୍ତ ଆକଳନ କରାଯାଇ ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିଭାର’ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ବର୍ଷା ଜାରି ରହିଛି। ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କିମ୍ବା ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ନାହିଁ। କେବଳ ଯାହା ୨୬ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ନ ହେଲେ ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେଣୁ ଭୟଭୀତ ନ ହେବାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ନିର୍ଦେଶକ ଏଚ ଆର ବିଶ୍ବାସ କହିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular