ଭୁବନେଶ୍ୱର: ପୁଣି ଭିଜିବ ରାଜ୍ୟ ।ନଭେମ୍ବର ୨୯ରେ ଆସୁଛି ଆଉ ଏକ ଲଘୁଚାପ । କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଲଘୁଚାପ କେନ୍ଦ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ବାତ୍ୟା ନିଭାର ଯୋଗୁଁ ରାଜ୍ୟରେ ପାଗ ମେଘୁଆ ରହିଛି । ଫଳରେ ରଜ୍ୟର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ସୋନପୁରରେ ୧୩.୯ ଡିଗ୍ରୀ , ଭୁବନେଶ୍ୱରରେ ୧୮.୨ ଡିଗ୍ରୀ ଏବଂ କଟକରେ ୧୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଜ୍ୟର ୯ସହର ତାପମାତ୍ରା ୧୫ ଡିଗ୍ରୀ ତଳେ ଥିବା ରେକର୍ଡ ହୋଇଛି । ଏହାପରେ ୨୮ ତାରିଖରୁ ରାଜ୍ୟରେ ପୁଣି ଶୀତ ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0