ଭୁବନେଶ୍ୱର : ଡିସେମ୍ବର ପହିଲାରୁ ରାଜ୍ୟରେ ପ୍ରବଳ ପ୍ରବାହିତ ହେବ । ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏକ ଲଘୁଚାପ ବଳୟ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ମଧ୍ୟ ଭାଗ ପର୍ୟ୍ୟନ୍ତ ବ୍ୟାପିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହା ଧୀରେ ଧୀରେ ପଶ୍ଚିମ ଆଡ଼କୁ ଗତି କରିବା ସହ ୨ ତାରିଖ ବେଳକୁ ଦକ୍ଷିଣ ତାମିଲନାଡୁ ଉପକୂଳ ସ୍ପର୍ଶ କରିବ। ପ୍ରଭାବରେ ତାମିଲନାଡୁର ଦକ୍ଷିଣ ଉପକୂଳବର୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଓଡ଼ିଶାରେ ଏହି ବର୍ଷାର ସମ୍ଭାବନା କ୍ଷୀଣ। ହେଲେ ପାଗ ମେଘୁଆ ରହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ରାଜ୍ୟରେ ଗତକାଲିଠାରୁ ଶୀତ ବଢ଼ିବା ଆରମ୍ଭ ହୋଇଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରାରେ ହ୍ରାସ ଘଟିଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0