ଭୁବନେଶ୍ୱର: ରାଜ୍ୟର ୧୯ଟି ଜିଲ୍ଲାରୁ ଆଜି ୫୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୨ ହଜାର ୪୫୨ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ୮୦,ଯାଜପୁରରୁ ୪୦, ସୁନ୍ଦରଗଡ଼ରୁ ୩୭,କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮ , ବାଲେଶ୍ୱର ୧୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୩ ଲେଖାଏଁ ସୁସ୍ଥ ମୟୂରଭଞ୍ଜ ଓ ରାୟଗଡ଼ାରୁ ୯ ଲେଖାଏଁ, ବଲାଙ୍ଗିରରୁ ୮ ସୁସ୍ଥ, ଭଦ୍ରକରୁ ୭, ଗଜପତି ଓ ପୁରୀରୁ ୬ , କୋରାପୁଟରୁ ୫, ଅନୁଗୁଳ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0