ଭୁବନେଶ୍ୱର ୨୦।୦୭: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି।
ମୃତକଙ୍କ ମଧ୍ୟରୁ ଗଞ୍ଜାର ଜିଲ୍ଲାରୁ ୫ ଜଣ ସଂକ୍ରମିତ ଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ଜଣେ ୭୦ବର୍ଷୀୟ ବୃଦ୍ଧ, ୪୦ବର୍ଷୀୟ ପୁରୁଷ, ୪୨ ବର୍ଷାୟୀ ପୁରୁଷ, ୫୪ବର୍ଷୀୟ ପୁରୁଷ ଓ ୫୨ବର୍ଷୀୟ ପୁରୁଷ ରହିଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ୫୫ବର୍ଷୀୟ ମହିଳା ରହିଛନ୍ତି । ଏଥିସହିତ ଓଡିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୧୧୦କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0