spot_img

ବଢୁଛି ପରୀ ତାତି, ଅରୁଣ ସାହୁଙ୍କ ଘର ଆଗରେ ଏବିଭିପିର ବିକ୍ଷୋଭ

ଭୁବନେଶ୍ୱର: ପରୀ ମୃତ୍ୟୁ ମାମଲାରେ ଏସଆଇଟି ତଦନ୍ତ ନିର୍ଦ୍ଦେଶ ପରେ ବି ଏହି ମାମଲା ଥମିବାର ନାଁ ନେଉନି । ଗତକାଲି ନୟାଗଡ଼ ଜିଲ୍ଲା ଯଦୁପୁର ଗାଁରେ ପରୀ ବାପା ମାଆଙ୍କୁ ଭେଟିବା ପରେ ଆଜି ରାଜ୍ୟପାଳଙ୍କୁ ଭେଟିଛନ୍ତି ବିଜେପିର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ । ଏସଆଇଟି ନୁହେଁ ଏହି ମାମଲାର ସିବିଆଇ ତଦନ୍ତ ଦାବି କରିଛି ବିଜେପି । ଏହା ସହ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛି । ଏନେଇ ବିଜେପିର ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟିଛନ୍ତି । ଗତକାଲି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ବିଜେପିର ବିଧାୟକ ଯାଇ, ପୀଡ଼ିତ ପରିବାର ଲୋକଙ୍କୁ ଭେଟିଥିଲେ । ସେହିପରି ଗତକାଲି ଦିଲ୍ଲୀରେ ମଧ୍ୟ ପରୀକୁ ନ୍ୟାୟ ଦାବିରେ ଦିଲ୍ଲୀ ସ୍ଥିତ ସଡ଼ିଶା ଭବନ ପାଖରେ ବିଜେପି ବିକ୍ଷୋଭ ପ୍ରଦର୍ଶନ କରିଥିଲା । ସେପଟେ ପରୀକୁ ନ୍ୟାୟ ଦାବିରେ ମନ୍ତ୍ରୀ ଅରୁଣ ସାହୁଙ୍କ ଘର ଆଗରେ ଏବିଭିପିର ବିକ୍ଷୋଭ । ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଏମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପରୀ ମୃତ୍ୟୁ ପଛରେ ମନ୍ତ୍ରୀ ଅରୁଣ ସାହୁଙ୍କ ସଂପୃକ୍ତି ଅଛି । ତେଣୁ ସେ ଇସ୍ତଫା ଦିଅନ୍ତୁ ବୋଲି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଦାବି କରାଯାଇଛି । ହାତରେ ବ୍ୟାନର ଧରି ମନ୍ତ୍ରୀଙ୍କ ଘର ଆଗରେ ନାରାବାଜି ଦେଉଥିବା ବେଳେ ଆନ୍ଦୋଳନକାରୀଙ୍କୁ ପୁଲିସ ଉଠାଇନେଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular