ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ହାତୀବାରି ରାସ୍ତାରେ ଥିବା କାଲୋସିହିରିଆ ବ୍ରିଜ ନିକଟରେ ଟ୍ରକ୍ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମହମ୍ମଦ ସହବାଜ ଖାଁ (୨୮)। ତାଙ୍କ ଘର କୁଆଁରମୁଣ୍ଡା ନିକଟସ୍ଥ ଭାଟ୍ଟିଟୋଲାରେ ବୋଲି ଜଣାପଡ଼ିଛି। ସହବାଜ କୌଣସି କାମରେ ହାତୀବାରି ଅଞ୍ଚଳକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଦଶ ଚକିଆ ଟ୍ରକ୍ ତାଙ୍କୁ ପିଟି ଦେଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।
ଖବର ପାଇ କୁଆଁରମୁଣ୍ଡା ଫାଣ୍ଡି ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଟ୍ରକ୍ ଓ ସ୍କୁଟିକୁ ଜବତ କରିଥିଲା। ପୁଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ଟ୍ରକ୍ ଚାଳକ ଫେରାର ହୋଇଯାଇଛନ୍ତି।



Visitors Today : 3
Total Visitors : 130426
Total Views : 9891957
Visitors Online Now : 0