ଭୁବନେଶ୍ୱର: ଟାଟା କମ୍ପାନୀରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ଟଙ୍କା ଆଦାୟ କରୁଥିଲେ ପ୍ରଦୀପ ପାଣିଗ୍ରାହୀ। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗତକାଲି ରାତିରେ ପ୍ରଦୀପ ପାଣିଗ୍ରାହୀଙ୍କୁ ତାଙ୍କ ସରକାରୀ ବାସଭବନରୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିଲେ। ବିନା ନୋଟିସ୍ ପ୍ରଦୀପଙ୍କୁ ଉଠାଇଥିବାରୁ ପ୍ରଦୀପଙ୍କ ପତ୍ନୀ ସୁଜାତା ବିବ୍ରତ ହୋଇ ପଡ଼ିଥିଲେ। ଏହା ପରେ ସୁଜାତା ପାଣିଗ୍ରାହୀ ରାଜ୍ୟସରକାରଙ୍କ ଉପରେ ବର୍ଷିଥିଲେ। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି, ଓଞ ଆକ୍ଟ ୨୦୦୦ର ଦଫା ୬୬ଉ ଓ ଊରେ ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ ।



Visitors Today : 3
Total Visitors : 130426
Total Views : 9891957
Visitors Online Now : 0