spot_img

୭୦ ଲକ୍ଷ ଟଙ୍କାର ଚନ୍ଦନ କାଠ ଜବତ

କଟକ: ୭୦ ଲକ୍ଷ ଟଙ୍କାର ଚନ୍ଦନ କାଠ ଜବତ, ତିନି ଜଣଙ୍କୁ ଗିରଫ କରାଯାଇଛିି । କଟକ ଟାଙ୍ଗି ପୁଲିସ ଷ୍ଟେସନ ଅଧିନ ଦଳଯୋଡି ଜଙ୍ଗଲରୁ ବିପୁଳ ପରିମାଣର ଚୋରା ଚନ୍ଦନ କାଠ ଜବତ ହୋଇଛି। କ୍ରାଇମବ୍ରାଞ୍ଚ ଝଞୠ ଚଢ଼ାଉ କରି ୪ କ୍ୱିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ କରିଛି । ଏଥିରେ ସମ୍ପୃକ୍ତି ଥିବା ୩ ଜଣଙ୍କୁ ଝଞୠ ଗିରଫ କରିଛି। ଜବତ ଚନ୍ଦନ କାଠର ମୂଲ୍ୟ ଆନୁମାନିକ ୭୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଦଳଯୋଡି ଜଙ୍ଗଲରେ ଚୋରା ଚନ୍ଦନ କାଠ ବେପାର ଚାଲିଥିବା ଖବର ପାଇ କ୍ରଇମବ୍ରାଂଚ ଏସଟିଏଫ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଥିଲା । ଗିରଫ ଅଭିଯୁକ୍ତ ହେଲେ କଟକର ହେମନ୍ତ ଛାଟୋଇ, ନୟାଗଡର ଦଣ୍ଡପାଣି ଦାସ ଓ ବାଲିଯୋଡି ପଟାଲସିଂହ ଗାଁର କାହ୍ନୁ ଚରଣ ବିଶୋଇ । ଏମାନଙ୍କ ନାଁରେ ଟାଙ୍ଗି ପୁଲିସ ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular