spot_img

ରାଜ୍ୟରେ ୫ କରୋନା ସଂକ୍ରମିତ ମୃତ୍ୟୁ

ଭୁବନେଶ୍ବର ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୨୨୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୬୯୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୮୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୨୫୦୫୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular