ଘଟଗାଁ : କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଲୁଘାଟି ନିକଟରେ ଘଟିଛି ଦୁର୍ଘଟଣା । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଲୁଘାଟି ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ସେ ସାପ୍ତାହିକ ହାଟରୁ ଫେରୁଥିବା ବେଳେ ଏକ ଅଜଣା ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ପୋଲିସ ଶବକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି ।



Visitors Today : 0
Total Visitors : 130169
Total Views : 9891615
Visitors Online Now : 0