ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୭୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୬ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୭୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୬ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍ରୁ ୧୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୭୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୭୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୯୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୬୮୯୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0