ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୫ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୨୮ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, କୋରାପୁଟ ଜିଲ୍ଲାରୁ ୮ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ରୁ ୯ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୫୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୦୫୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୫୩୬୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130303
Total Views : 9891806
Visitors Online Now : 0