ଭୁବନେଶ୍ୱର : କରୋନା କବଳରେ ସାରା ରାଜ୍ୟ । ଦିନକୁ ଦିନ ବଢ଼ିଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜଧାନୀରୁ ୯୧ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରେଣ୍ଟାଇନ ସେଣ୍ଟରୁ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତିି । ମଞ୍ଚେଶ୍ୱରରେ ଥିବା ଏକ ଅଟାକଳରେ ୨୬ କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପାଇଁ ଏହା ଚିନ୍ତାର ବିଷୟ ପାଲଟିଛି । ଏଥିସହ ଆଇଆର୍ସି ଭିଲେଜ ଗଣପତି ନଗର ବସ୍ତିରୁ ୧୪, ରାଜମହଲ ଛକର ଏକ ନିର୍ମାଣ ସଂସ୍ଥାରୁ ୯ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ନୟାପଲ୍ଲୀ ତ୍ରିନାଥ ବସ୍ତିରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭିଗ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0