ଭୁବନେଶ୍ୱର : ଦିନକୁ ଦିନ କରୋନା ପ୍ରକୋପ ବଢ଼ିବାରେ ଲାଗିଛି ।୨୪ ଘଣ୍ଟାରେ ରାଜ୍ୟରେ ୧୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪୭ ଜଣ କ୍ୱାରେଣ୍ଟିାଇନରେ ରହିଥିବା ବେଳେ ୪୧୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଆଜି ସଂକ୍ରମିତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତ ସଂଖ୍ୟା ୨୧ ହଜାର ୯୯ରେ ପହଞ୍ଚିଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୭୪ଜଣ, ଗଞ୍ଜାମ ଜିଲ୍ଲାରୁ ୫୪୦ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୭ଜଣ, କୋରାପୁଟ ଜିଲ୍ଲାରୁ ୨୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ , ନୟାଗଡ ଜିଲ୍ଲାରୁ ୬୧ଜଣ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡା ଜିଲ୍ଲାରୁ ୮୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୦ଜଣ ରହିଛନ୍ତି ।
ସୂଚନଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୨୧୦୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୨୦୫ ଆକ୍ଟିଭ କେସ୍ ରହିଥିବା ବେଳେ ୧୩୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0