ନୂଆଦିଲ୍ଲୀ: ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳ ‘ସଦୈବ ଅଟଳ’କୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହ କହିଛନ୍ତି, ଅଟଳଜୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ବିକାଶର ଅଦୃଶ୍ୟ ଉଚ୍ଚତାରେ ନେଇ ପହଞ୍ଚାଇଛି। ଏକ ଶକ୍ତିଶାଳୀ ଏବଂ ସମୃଦ୍ଧ ଭାରତ ଗଠନ ପାଇଁ ତାଙ୍କର ଉଦ୍ୟମ ସବୁବେଳେ ସ୍ମରଣୀୟ ହୋଇ ରହିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0