ଭୁବନେଶ୍ୱର : ଆଜିଠୁ ସାମାନ୍ୟ ହ୍ରାସ ପାଇବ ଶୀତର ପ୍ରକୋପ । ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ହ୍ରାସ ପାଇବ । କିନ୍ତୁ ଥଣ୍ଡା ଜାରି ରହିବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଅନୁମାନ ଅନୁସାରେ, ରବିବାର ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର, କଟକ, କେନ୍ଦୁଝର, ନୟାଗଡ଼, ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ । ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ରବିବାର ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହିବ । କାଁ ଭାଁ କିଛି ସ୍ଥାନରେ କୁହୁଡ଼ି ରହିବ। ଏବେ ରାଜ୍ୟରେ ଶୀତ ଅନୁଭୁତ ହେବ । ୩୦ ତାରିଖରୁ ତାପମାତ୍ରା ବଢ଼ିବା ସହିତ ଶୀତ କମିବ ବୋଲି ସେ କହିଛନ୍ତି ।
ଶନିବାର ରାଜ୍ୟର ୭ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା। ଶୁକ୍ରବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୬ଡିଗ୍ରୀ ସେଲସିୟସ୍ ଥିବା ବେଳେ ଶନିବାର ପୁଣି ସାମାନ୍ୟ କମି ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ସେଲସିୟସ୍ ରହିଛି। ସେହିପରି ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିୟସ୍ ରହିଥିବା ଜଣାପଡିଛି ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0