spot_img

ମିଳୁନି ୬୨ଜଣ ବ୍ରିଟେନ ଫେରନ୍ତାଙ୍କ ଠିକଣା

ଭୁବନେଶ୍ୱର: ୨୨ ଦିନରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୧୮୧ ଜଣ । ସେଥିମଧ୍ୟରୁ ବ୍ରିଟେନରୁ ଓଡିଶା ଫେରିଥିବା ଯାତ୍ରୀଙ୍କ ମଧ୍ୟରେ ୬ ଜଣ ପଜିଟିଭ ହୋଇଥିଲେ। ଭୁବନେଶ୍ୱର ଓ ଜଗତସିଂହପୁରରୁ ୩ ଜଣ ଲେଖାଁଏ ପଜିଟିଭ ଚିହ୍ନଟ ହୋଇଛନ୍ତି । ନଭେମ୍ବର ୩୦ରୁ ଡିସେମ୍ବର ୨୧ ଯାଏଁ ୧୮୧ ଜଣ ଓଡିଶା ଫେରିଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର ସୂଚନା ଦେଇଛନ୍ତି । ୧୮୧ ଜଣଙ୍କ ମଧ୍ୟରୁ ୧୧୯ ଜଣଙ୍କ ପତା ମିଳିଛି । ହେଲେ ବାକି ୬୨ ଜଣ ଭୁଲ ଫୋନ ନମ୍ବର, ଠିକଣା ଦେଇଥିବାରୁ ଚିନ୍ତା ବଢିଛି । ସାରା ବିଶ୍ୱରେ କରୋନା ଆକ୍ରାନ୍ତ ଟିକେ କମିବାର ସୂଚନା ମିଳୁଥିବା ବେଳେ ହଠାତ୍ ବ୍ରିଟେନରେ କରୋନାର ଏକ ନୂଆ ପ୍ରକାରର ଭେଦ ଦେଖିବାକୁ ମିଳିଛି । ଯାହାକି ପୂର୍ବରୁ ଥିବା କରୋନା ଠାରୁ ବହୁତ କମ୍ ସମୟ ମଧ୍ୟରେ ଜଣଙ୍କ ଠାରୁ ଅନ୍ୟ ଜଣଙ୍କୁ ବ୍ୟାପୁଥିବାର ବୈଜ୍ଞାନିକ ମାନେ ସୂଚନା ଦେଇଛନ୍ତି । ହେଲେ ଓଡ଼ିଶାକୁ ବ୍ରିଟେନରୁ ପୂର୍ବ ୧୪ ଦିନ ମଧ୍ୟରେ ଅନେକ ନାଗରିକ ଭାରତ ଫେରିଛନ୍ତି । ସେମାନଙ୍କୁ ଚିହ୍ନଟ କରି କୋଭିଡ୍ ଟେଷ୍ଟ କରାଇବାକୁ ବ୍ୟସ୍ଥ ହୋଇପଡିଛି ସ୍ୱାସ୍ଥ୍ୟ ବିଭାଗ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular