ଭୁବନେଶ୍ୱର: ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ । ଆୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ରେଡ଼ କଲା ଭିଜିଲାନ୍ସ । ବଲାଙ୍ଗୀର ପୁଇଁନ୍ତଲା ବ୍ଲକ ପଂଚାୟତର ପିଇଓ ବିହାରିଲାଲ ବାରିକଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଏକାକାଳୀନ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଶାନ୍ତିପଡ଼ା ଘର, ପୁଇଁନ୍ତଳା ଅଫିସରେ ଚଢ଼ାଉ ହୋଇଛି । ଏହି ଚଢ଼ାଉରେ ବଲାଙ୍ଗୀର, ସମ୍ବଲପୁର, ସୋନପୁର ଏବଂ ବରଗଡ଼ ଜିଲ୍ଲାର ଭିଜିଲାନ୍ସ ଟିମ୍ ସାମିଲ ହୋଇଛନ୍ତି । ବିହାରିଲାଲ ବାରିକଙ୍କ ୨ ମହଲା କୋଠା, ଜମିବାଡ଼ି, ନଗଦ ଟଙ୍କା, ସୁନା ଅଳଙ୍କାରକୁ ନେଇ ଭିଜିଲାନ୍ସର ଖାନତଲାସୀ ଜାରି ରହିଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0