ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଶୁଭେଚ୍ଛା ବାର୍ତ୍ତାରେ ୨୦୨୧ ବର୍ଷ ରାଜ୍ୟବାସୀଙ୍କ ଜୀବନରେ ହସ, ଖୁସି, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି କହିଛନ୍ତି। ଏହାଛଡ଼ା ରାଜ୍ୟକୁ ଦେଶର ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ନିଜ ନିଜ ସ୍ତରରେ ନିଷ୍ଠାପର ପ୍ରୟାସ ଜାରି ରଖିବାକୁ ସେ ଆହ୍ବାନ ଦେଇଛନ୍ତି। ଠିକ ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, ‘ସମସ୍ତଙ୍କୁ ନୂତନ ବର୍ଷର ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।’



Visitors Today : 0
Total Visitors : 130302
Total Views : 9891805
Visitors Online Now : 0