spot_img

ନୂଆବର୍ଷରେ ୬ ରାଜ୍ୟକୁ ମୋଦୀଙ୍କ ଲାଇଟ୍ ହାଉସ୍ ପ୍ରକଳ୍ପ ଉପହାର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଭିଡିଓ କନଫରେନ୍ସିଂ ଯୋଗେ ୬ଟି ରାଜ୍ୟରେ ଲାଇଟ ହାଉସ ପ୍ରୋଜେକ୍ଟର ଭିତ୍ତି ପ୍ରସ୍ଥର ସ୍ଥାପନା କରିଛନ୍ତି । ନୂଆବର୍ଷରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ କାର୍ୟ୍ୟକ୍ରମ ଅଟେ । ମୋଦୀ ଗ୍ଲୋବାଲ ହାଉସିଂ ଟେକ୍ନୋଲୋଜି ଚ୍ୟାଲେଞ୍ଜ ଇଣ୍ଡିଆ ଆଧାରରେ ୬ ରାଜ୍ୟରେ ଏହି ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ଥର ସ୍ଥାପନା କରିଛନ୍ତି । ମୋଦୀଙ୍କ ଏହି କାର୍ୟ୍ୟକ୍ରମ ସହରୀ ଭାରତର ରୂପରେଖ ବଦଳାଇବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସାବ୍ୟସ୍ତ ହେବ । ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ପିଏମଏଓ୍ୱାଇ ଓ ଆଶା-ଇଣ୍ଡିଆ ଆଓ୍ୱାର୍ଡ ମଧ୍ୟ ବିତରଣ କରିଛନ୍ତି । ଏହାସହ ସହରୀ ଆବାସ କାର୍ୟ୍ୟକ୍ରମ ଲାଗୁ କରିଥିବା ଶ୍ରେଷ୍ଠ ରାଜ୍ୟକୁ ପୁରସ୍କାର ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଆର୍କିଟେକଚର, ପ୍ଲାନିଂ ଓ ନିର୍ମାଣ କ୍ଷେତ୍ର ସହ ଜଡିତ ସମସ୍ତ ବ୍ୟକ୍ତି ବିଶେଷଙ୍କ ସହ କଥା ହୋଇଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular