ଶ୍ରୀନଗର: ଜମ୍ମୁ-କାଶ୍କୀରର ପୁଲୱାମାର ତ୍ରାଲ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନଡ୍ ମାଡ କରିଛନ୍ତି । ଏଥିରେ ୮ ସାଧାରଣ ଲୋକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ଚିକିସôା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଲକ୍ଷ୍ୟଭେଦ ହୋଇ ବଜାରର ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ଗ୍ରେନଡଟି ବିସ୍ଫୋରଣ ହୋଇଥିଲା । ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ତଦନ୍ତ ଜାରି ରହିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0