spot_img

ଏଥର ପ୍ରତି ବିଷୟରେ ୮୦ ମାର୍କର ମାଟ୍ରିକ ପରୀକ୍ଷା ହେବ

ଭୁବନେଶ୍ବର: ଚଳିତ ବର୍ଷ ପ୍ରତି ବିଷୟରେ ୮୦ ମାର୍କର ମାଟ୍ରିକ ପରୀକ୍ଷା ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ୫୦ ମାର୍କର ଅବଜେକ୍ଟିଭ ଓ ୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନ ପଡ଼ିବ ବୋଲି ବି ସେ କହିଛନ୍ତି। କିନ୍ତୁ ପରୀକ୍ଷାଫଳ ପ୍ରକାଶ କରାଯିବା ବେଳେ ୧୦୦ ମାର୍କରୁ ମୂଲ୍ୟାୟନ କରାଯିବ। ୮୦ରୁ ରଖିଥିବା ମାର୍କକୁ ଭିତ୍ତି କରି ଅବଶିଷ୍ଟ ୨୦ ମାର୍କର ମୂଲ୍ୟାୟନ ହେବ ବୋଲି ସେ କହିଛନ୍ତି। ବିଦ୍ୟାଳୟ ଓ ଯୁକ୍ତ୨ କଲେଜ ହଷ୍ଟେଲ ଖୋଲିବା ନେଇ ଏପର୍ୟ୍ୟନ୍ତ କୋøଣସି ନିଷ୍ପତ୍ତି ହୋଇନି। ସ୍ଥିତିକୁ ଦେଖି ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular