ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୭୫ରେ ପହଞ୍ଚିଛି ।ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୩ ଜଣ ରହିଥିବା ବେଳେ ୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ୩୧୬୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୨୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୪୨ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0