ବ୍ରିଟେନକୁ ପୁଣି ଫେରିଲା ଲକଡାଉନ୍ । ଲଣ୍ଡନରେ ଆହୁରି ଶକ୍ତ ହେଲା କରୋନା କଟକଣା । ଦିନକରେ ୫୫ ହଜାର ନୂଆ ମାମଲା ଚିହ୍ନଟ ହେବା ପରେ ବ୍ରିଟେନକୁ ପୁଣି ଫେରିଛି ଲକଡାଉନ । ଏନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ । ଏହାପରେ ସୋମବାର ଚିନ୍ତା ପ୍ରକାଶ କରିଛନ୍ତି ବ୍ରିଟେନ୍ ପ୍ରଧାନମନ୍ତ୍ରୀ । ସେଥିପାଇଁ ଚଳିତ ମାସରେ ମାଧ୍ୟମିକ ଶିକ୍ଷାନୁଷ୍ଠାନ ଗୁଡିକ ଖୋଲିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି । କରୋନାର ନୂଆ ଷ୍ଟ୍ରେନ୍ ୭୦ ପ୍ରତିଶତ ପର୍ୟ୍ୟନ୍ତ ଦୃତ ବେଗରେ ସଂକ୍ରମିତ ହେଉଛି । ତେଣୁ ସାମାଜିକ କାର୍ୟ୍ୟକ୍ରମ ଉପରେ କଟକଣା ସହ, ହେଟେଲ, ରେଷ୍ଟୁରାଂଟ, ବାର ଓ ପବ୍ ଭଳି ଜନଗହଳି ହେଉଥିବା ସ୍ଥାନଗୁଡିକ ଖୋଲିବା ଉପରେ ଶକ୍ତ ପ୍ରତିବନ୍ଧକ ଲଗାଯାଇଛି । ତଥାପି କରୋନାର ସଂକ୍ରମଣ ବ୍ୟାପିବାରେ ଲାଗିଛି । ଏଠାରେ ୭୫ ହଜାରରୁ ଅଧିକ କୋଭିଡ ମୃତ୍ୟୁ ହେଲାଣି । ଯାହା ସମଗ୍ର ୟୁରୋପରେ ଦ୍ୱିତୀୟ ସର୍ବାଧିକ । ତେଣୁ ଆଗକୁ ଆହୁରି କଠିନ ସପ୍ତାହ ଆସୁଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ । ଫେବୃୟାରୀ ମଧ୍ୟ ଯାଏଁ ପ୍ରତିବନ୍ଧକ ଲାଗି ରହିବାକୁ ସଂକେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0