ମାଲକାନଗିରି: ମାଲକାନଗିରି ସୀମାନ୍ତ ଦାନ୍ତେଓ୍ବାଡା ଜିଲ୍ଲାର ଆତ୍ମସମର୍ପଣ କଲେ ୧୪ ହାର୍ଡକୋର ମାଓବାଦୀ। ସେମାନଙ୍କ ମଧ୍ୟରୁ ଦୁଇ ଜଣ ବାମନ ମିଡିଆମି ଏବଂ ରାଜୁ ମିଡ଼ିଆମିଙ୍କ ମୁଣ୍ଡରେ ଏକ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରାଯାଇଥିଲା।
ମାଓ ସଂଗଠନରୁ ଅତିଷ୍ଠ ହୋଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଏମାନେ ଆତ୍ମସମର୍ପଣ କରିଥିବା କହିଛନ୍ତି ଦାନ୍ତେଓ୍ବାଡା ଏସ୍ପି ଅଭିଷେକ ପଲ୍ଲବ। ଅସ୍ତ୍ରତ୍ୟାଗ କରିବା ମାତ୍ରେ ଏମାନଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି। ଏମାନେ ଗତକାଲି ସନ୍ଧ୍ୟା ବେଳେ କିରାନ୍ଦୁଲ୍ ଥାନାରେ ଆତ୍ମସମର୍ପଣ କରିଛନ୍ତି।



Visitors Today : 1
Total Visitors : 130304
Total Views : 9891807
Visitors Online Now : 0