ନୂଆଦିଲ୍ଲୀ: ଦେଶରେ ଚିନ୍ତା ବଢାଉଛି କରୋନାର ନୂଆ ଷ୍ଟ୍ରେନ୍ । ପ୍ରତିଦିନ ଷ୍ଟ୍ରେନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଶନିବାର ସୁଦ୍ଧା ସ୍ୱଦେଶ ଫେରିଥିବା ବ୍ରିଟେନ୍ ଫେରନ୍ତାଙ୍କ ମଧ୍ୟରୁ ୯୦ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍ ରହିଥିବା ନେଇ ସେମାନଙ୍କ ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡିଛି । ଏନେଇ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ୨୫ ନଭେମ୍ବରରୁ ୨୩ ଡିସେମ୍ବର ମଧ୍ୟରେ ପ୍ରାୟ ୩୩ ହଜାର ଲୋକ ବ୍ରିଟେନରୁ ଭାରତ ଫେରିଛନ୍ତି । ସମସ୍ତଙ୍କୁ ଟ୍ରାକ୍ କରାଯାଇ ନମୁନା ପରୀକ୍ଷା କରାଯାଉଛି । ଦେଶରେ ଇତି ମଧ୍ୟରେ ୧୮ କୋଟି ୨ ଲକ୍ଷ ୫୩ ହଜାର ୩୧୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ୯ ଲକ୍ଷ ୧୬ ହଜାର ୯୫୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି । ଦେଶର ୨ ହଜାର ୩୧୬ ଟି ଲ୍ୟାବରେ ନମୁନା ପରୀକ୍ଷା ଜାରି ରହିଛି ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 1