ଭୁବନେଶ୍ବର : ଆସନ୍ତା ୨ରୁ ୩ ଦିନ ପର୍ୟ୍ୟନ୍ତ ରାଜ୍ୟ କୁହୁଡ଼ି ଚାଦରରେ ଢାଙ୍କି ହେବ। ବିଶେଷ କରି ଉପକୂଳ ଓଡ଼ିଶାରେ କୁହୁଡ଼ିର ପ୍ରଭାବ ଅଧିକ ରହିବ। ଏଥିପାଇଁ ଆସନ୍ତାକାଲି ପାଇଁ ଘନକୁହୁଡ଼ିର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟର ଉପକୂଳ ଅଞ୍ଚଳରେ ଏକ ଗୁରୁଚାପ ବଳୟ ରହୁଥିବାରୁ ଏହାର ପ୍ରଭାବରେ ଘନ କୁହୁଡ଼ିର ସମ୍ଭାବନା ରହିଛି ବୋଲି କେନ୍ଦ୍ର କହିଛି। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳ। ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତଃ ଭାବେ ଶୁଖିଲା ରହିଛି। ସର୍ବନିମ୍ନ ତାପମାତ୍ରା ଆଜି ଫୁଲବାଣୀଠାରେ ୧୧.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ ସର୍ବୋଚ୍ଚ ତାପମାତ୍ରା ଅନୁଗୁଳଠାରେ ୩୪.୧ ଡିଗ୍ରି ରେକର୍ଡ ହୋଇଛି। ଗତକାଲିର ଆକଳନ ଆନୁଯାୟୀ ଆଜି ରାଜଧାନୀ ଭୁବନେଶ୍ବରରେ ଅତି ଘନ କୁହୁଡ଼ି ପଡ଼ିଥିବା ଜଣାପଡ଼ିଛି। ଆସନ୍ତା ୫ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ବର୍ତ୍ତମାନ ରାତ୍ରି ତାପମାତ୍ରା ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଅପରିବର୍ତ୍ତିତ ରହିବ। ପରବର୍ତୀ ୧ରୁ ୨ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଖସିବା ଆରମ୍ଭ କରିବ। ଏପରିକି ପାରଦ ସ୍ତର ୩ରୁ ୫ ଡିଗ୍ରି ପର୍ୟ୍ୟନ୍ତ କମିବ। ଫଳରେ ରାଜ୍ୟରେ ଶୀତ ଅନୁଭୂତ ହେବ। ଆସନ୍ତାକାଲି ସକାଳୁ ରାଜଧାନୀରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।



Visitors Today : 0
Total Visitors : 130302
Total Views : 9891805
Visitors Online Now : 0