ଉମରକୋଟ: ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଜୁ ସେତୁ ଯୋଜନା ଅନ୍ତର୍ଗତ ନିର୍ମାଣାଧିନ ସେତୁ ଭୁଶୁଡ଼ିବା ପରେ ଚେତିଛନ୍ତି ରାଜ୍ୟ ସରକାର। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ଅଛି। ରାଜ୍ୟରେ ବାରମ୍ବାର ସେତୁ ଭୁଶୁଡ଼ିବା ଯୋଗୁ ଧନଜୀବନ ହାନୀ ହେଉଥିବା ବେଳେ ଏଥର କିନ୍ତୁ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।
ଉନ୍ନୟନ କମିଶନର ପ୍ରଦୀପ ଜେନା ତୁରନ୍ତ ସଂପୃକ୍ତ ଠିକାଦାର ଏବଂ ଅଧିକାରୀଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରି ଗିରଫ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ବୋଚ୍ଚ ଯନ୍ତ୍ରୀ ଓ ସୁନାବେଡା ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଘଟଣାସ୍ଥଳରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେବା ସହ ତଦନ୍ତ କରିବାକୁ କହିଛନ୍ତି ଉନ୍ନୟନ କମିଶନର ।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0