ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଚାରିଦିନ ପର୍ଯ୍ୟନ୍ତ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ ।୨୮ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ବର୍ଷା ପରିମାଣ ଖୁବ୍ କମ୍ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ମୌସୁମୀ ଟ୍ରଫ୍ ରାଜସ୍ଥାନରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ପ୍ରାୟତଃ ଏହା ସ୍ବାଭାବିକ ସ୍ଥାନରେ ହିଁ ରହିଛି। ଏଥିସହ ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଥିବାରୁ ଆସନ୍ତାକାଲି ପୂର୍ବାହ୍ନରେ ରାଜ୍ୟର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। ୨୫ରୁ ୨୮ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ଶୁଖିଲା ରହିବ। ଭୁବନେଶ୍ବର ଓ କଟକରେ ଆସନ୍ତାକାଲି ପାଗ ମେଘୁଆ ରହିବ। କିଛି କିଛି ସ୍ଥାନରେ ସ୍ବଳ୍ପ ବର୍ଷା ମଧ୍ୟ ହୋଇପାରେ ବୋଲି କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ବାସ କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଯାଇଛି। ରେଢାଖୋଲରେ ରାଜ୍ୟର ସର୍ବାଧିକ ବର୍ଷା ହୋଇଛି। ସେଠାରେ ୧୫୫.୦ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0