କଟକ : ପୁରୀ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ଅନିୟମିତତା ପ୍ରସଂଗ ସଂପର୍କିତ ମାମଲାରେ ପ୍ରତିଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସମ୍ବିତ ପାତ୍ର ଦାୟର କରିଥିବା ମାମଲାରେ ହାଇକୋର୍ଟ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଥିଲେ। ଏହି ମାମଲାରେ ପୁରୀ ତହସିଲଦାର ଓ ଜିଲ୍ଲାପାଳ ଜବାବ ଦାଖଲ କରି ସାରିଛନ୍ତି। ଆଜି ହାଇକୋର୍ଟ ପରବର୍ତ୍ତୀ ଶୁଣାଣି ପୂର୍ବରୁ ପ୍ରତିଜବାବ ଦାଖଲ ପାଇଁ ଆବେଦନକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ବଗଲା ଧର୍ମଶାଳା ଜମି ପ୍ରସଂଗ ନେଇ ବିଚାରାଧୀନ ରହିଥିବା ଜଗନ୍ନାଥ ବସ୍ତିଆଙ୍କ ଆବେଦନ ସହିତ ଏହି ମାମଲାର ଏକତ୍ର ଶୁଣାଣି ୨୦୨୧, ମେ ୩ରେ କରିବା ପାଇଁ ଧାର୍ୟ୍ୟ କରାଯାଇଛି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଡକ୍ଟର ପାତ୍ରଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ୟ୍ୟ ମାମଲା ପରିଚାଳନା କରୁଛନ୍ତି।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0