ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୭୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୮୬୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୯୨୦୬୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0