ଜାତୀୟ ପୋଲିଓ ଟିକାକରଣ ଅଭିଯାନ ପୁଣି ଜାନୁଆରୀ ୩୧ ତାରିଖରୁ ଆରମ୍ଭ କରାଯିବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଜାନୁଆରୀ ୧୭ ତାରିଖରେ ପୋଲିଓ ଟିକାକରଣ ଅଭିଯାନ ଆରମ୍ଭ ହେବାକୁ ଥିଲା । ମାତ୍ର ୧୬ ତାରିଖରୁ କୋଭିଡ ଟିକା ଅଭିଯାନ ଆରମ୍ଭ ହେଉଥିବାରୁ ବୁଧବାର ଦିନ କେନ୍ଦ୍ରସରକାର ପୋଲିଓ ଟିକାକରଣ ଉପରେ ରୋକ ଲଗାଇଥିଲେ । ତେବେ ପୋଲିଓ ଟିକା ପାଇଁ ପୁଣି ତାରିଖ ଘୋଷଣା କରାଯାଇଛି । ଜାନୁଆରୀ ୩୦ ତାରିଖ ପୂର୍ବାହ୍ନ ୧୧.୪୫ ମିନିଟରେ ରାଷ୍ଟ୍ରପତିଙ୍କ ଭବନ ପରିସରରେ କେତକ ଶିଶୁଙ୍କୁ ପୋଲିଓ ବୁନ୍ଦା ଦିଆଯିବ । ଏହା ପରେ ଜାନୁଆରୀ ୩୧ ତାରିଖ ଦିନ ସାରା ଦେଶରେ ୫ ବର୍ଷରୁ କମ ପିଲା ମାନଙ୍କୁ ପୋଲିଓ ବୁନ୍ଦା ଦିଆଯିବ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0