ଭୁବନେଶ୍ୱର : ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମିରେ ଏକ ବିଶ୍ୱସ୍ତରୀୟ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାର ଭକ୍ତ ମାନଙ୍କର ସହଯୋଗ ପ୍ରାପ୍ତି ନିମନ୍ତେ ଓଡ଼ିଶା ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ପକ୍ଷରୁ ମକର ସଂକ୍ରାନ୍ତିର ପବିତ୍ର ଦିନରୁ ଆରମ୍ଭ ହୋଇଥିବା ଅଭିଯାନରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେହିପରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଓ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏହି ଅଭିଯାନରେ ସାମିଲ ହେବା ଆନନ୍ଦର ବିଷୟ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିବା ସହ ଧନ୍ୟବାଦ ଜଣାଇଛନ୍ତି।
ଶ୍ରୀ ପ୍ରଧାନ କହିଛନ୍ତି ଯେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମ ଜନ୍ମଭୂମିରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଭରତବର୍ଷରେ ବିଭିନ୍ନ ସମିତି ପକ୍ଷରୁ ଆର୍ଥିକ ସହଯୋଗ ପ୍ରାପ୍ତି ନିମନ୍ତେ ଅଭିଯାନ ଆରମ୍ଭ କରାଯାଇଥିବା ବେଳେ ରାଜ୍ୟରେ ମଧ୍ୟ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ପକ୍ଷରୁ ଏହି ଅଭିଯାନର ନେତୃତ୍ୱ ନେଇଛି। ଓଡ଼ିଶାରେ ୩୦ ଦିନ ଧରି ଚାଲିବାକୁ ଥିବା ଏହି ଅଭିଯାନରେ ସମସ୍ତେ ସହଭାଗୀ ହେବା ଦରକାର। ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାବାସୀଙ୍କୁ ସହଯୋଗ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0